ଜୟପାଟଣା ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ

ଭବାନୀପାଟଣା:୯/୬(ଗ୍ରାମୀଣ ଏକ୍ସପ୍ରେସ)କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ..

Read Time

ଭବାନୀପାଟଣା:୯/୬(ଗ୍ରାମୀଣ ଏକ୍ସପ୍ରେସ)କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୬୭ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୩୫ ଗୋଟି ଓ ସାମୂହିକ ୩୨ ଗୋଟି ରହିଥିବା ବେଳେ ୧୬ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରଯାଇଥିଲା । ଏହି ଯୁଗ୍ମ ଜନଶୁଣାଣି ଶିବିରରେ ଭତ୍ତା,ପ୍ରଧାନମନ୍ତ୍ରୀ ଆବାସ, ପାନୀୟଜଳ, ଜମିବିବାଦ, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଶିଶୁ ସୁରକ୍ଷା,ବ୍ୟାଙ୍କ୍, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଆନନ୍ଦ ବର୍ଦ୍ଧନ ଗୁରୁ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ, ପ୍ରବେଶନ ରେ ଥିବା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଅନିମେସ ପ୍ରଧାନ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ା. ନିହାର ରଞ୍ଜନ ପଣ୍ଡା, ଜିଲ୍ଲା ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ପି ଏ ଆଇ ଟି ଡି ଏ ପ୍ରଦ୍ୟୁମ୍ନ କୁମାର ଦାଶ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମୁଜୀବୁନ ନିଶା, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବୀରେନ୍ଦ୍ର କୁମାର କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର, ସ୍ଥାନୀୟ ବ୍ଲକ ଅଧ୍ୟକ୍ଷ, ବି.ଡି.ଓ ଏବଂ ତହସିଲଦାର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

About the Author

Dambarudhar Avatar

Leave a Reply

Your email address will not be published. Required fields are marked *

Latest News

View All

About the Author

Easy WordPress Websites Builder: Versatile Demos for Blogs, News, eCommerce and More – One-Click Import, No Coding! 1000+ Ready-made Templates for Stunning Newspaper, Magazine, Blog, and Publishing Websites.

Search the Archives

Access over the years of investigative journalism and breaking reports