Uttam mohanty rip

ଭୁୁବନେଶ୍ୱର: ଆଉ ଦୁନିଆରେ ନାହାନ୍ତି ଓଡିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି । ଦୀର୍ଘ ଚାରି ଦଶନ୍ଧିରୁ ଅଧିକ ସମୟ ଧରି ଓଲିଉଡରେ ଅଭିନୟ କରି ଲୋକଙ୍କ ମନ ଜିଣିଥିବା ଏହି ଭେଟେରାନ ଅଭିନେତାଙ୍କ ଗୁରୁବାର ଦିଲ୍ଲୀ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ଅଲିଉଡ ଜଗତରେ ଶୋକର ଛାୟା ଖେଳି ଯାଇଛି । ଓଡିଆ ଫିଲ୍ମ ଜଗତରୁ ନେଇ ଅନେକ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି ।୧୯୫୮ ମସିହା ଡିସେମ୍ବର ୨୩ ତାରିଖରେ ବାରିପଦାରେ ଜନ୍ମଗ୍ରହଣ କରିଥିଲେ ଉତ୍ତମ ମହାନ୍ତି । ବାରିପଦାରେ ହିଁ ପ୍ରାଥମିକ ଶିକ୍ଷା ଏବଂ ମହା ବିଦ୍ୟାଳୟ ଶିକ୍ଷା ସମାପ୍ତ ହୋଇଥିଲା । ସେ ସିଏରେ ଉଚ୍ଚଶିକ୍ଷା ଲାଭ କରିଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ସେ ଫିଲ୍ମ ଦୁନିଆ ପ୍ରତି ଆକର୍ଷିତ ହୋଇଥିଲେ । ୧୯୭୭ ମସିହାରେ ସାଧୁ ହେହେରଙ୍କ ନିର୍ଦ୍ଦେଶିତ ଅଭିମାନ ଜରିଆରେ ଓଡିଆ ଜଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ । ଏହା ପରଠୁ ସେ ଆଉ ପଛକୁ ଫେରି ଚାହିଁ ନ ଥିଲେ । ନିଖୁଣ ଅଭିନୟ ଲାଗି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ପରି ଅନେକ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ୧୯୮୭ ମସିହାରେ ଓଲିଉଡରେ କ୍ୱିନ୍ ଅପରାଜିତଙ୍କୁ ବିବାହ କରିଥିଲେ । ୧୯୮୨ରୁ ୧୯୮୪ ଯାଏଁ ଲଗାତାର ତିନି ବର୍ଷ ଧରି ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଥିଲା।ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତି ଲିଭର ସିରୋସିସ ରୋଗରେ ପୀଡ଼ିତ ଥିଲେ। ତାଙ୍କୁ ପ୍ରଥମେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଇସିୟୁରେ ଚିକିତ୍ସାଧୀନ ଥିଲାବେଳେ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ଫେବୃଆରୀ ୮ରେ ନୂଆଦିଲ୍ଲୀ ଗୁରୁଗ୍ରାମ ସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ଘଟିଛି ।

By Dambarudhar

Dambarudhar Durga, 34, is a journalist and the editor of Gramin Express, a publication focused on rural development and social issues."

Leave a Reply

Your email address will not be published. Required fields are marked *