କଳାହାଣ୍ଡି ପୋଲିସକୁ ବଡ଼ ସଫଳତା : ଧର୍ମଗଡ଼ରୁ ୮ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଗିରଫ ସହ ନଗଦ ସାଢ଼େ ୩ କୋଟି ଟଙ୍କା ଜବତ

Lorem Ipsum is simply dummy text of the printing and typesetting industry. Lorem Ipsum has been the industry’s standard

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ପୁଲିସକୁ ମିଳିଛି ବଡ ସଫଳତା। ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ଧର୍ମଗଡ଼ ଥାନା ପୁଲିସ୍ ସଫଳ ହୋଇଛି। ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ନଗଦ ୩ କୋଟି ୫୧ଲକ୍ଷ ଟଙ୍କା ସହ ବନ୍ଧୁକ, ଗୁଳି, ଅପରାଧରେ ବ୍ୟବହୃତ ଗାଡି ଏବଂ ମାରଣାସ୍ତ୍ର ଆଦି ପୁଲିସ୍ ଜବତ କରିଛି। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଝାଡ଼ଖଣ୍ଡ ରାଜ୍ୟର ବୋଲି ସୂଚନା ମିଳିଛି। ଗିରଫ ଅଭିଯୁକ୍ତ ମାନେ ହେଲେ, ଝାଡଖଣ୍ଡ ରାଜ୍ୟ ରାଞ୍ଚି ଜିଲ୍ଲାର ତାହିର ଅନସାରୀ,ହୁସେନ୍ ଖାନ୍, ଜୈସମ ଖାନ୍, ସାମିମ୍ ଅନସାରୀ,ବାସୁଦେବ ଗୋପେ, ପିଣ୍ଟୁ ଓରଫ୍ ଆଲିମ୍, ଅନୁଜ କୁମାର।

ସୂଚନାଯୋଗ୍ୟ ଗତ ୩୦ ତାରିଖରେ ଧର୍ମଗଡ଼ ଠାରେ ଥିବା ଏକ ଦେଶୀ ମଦ ଭାଟିରେ ଏହି ଡକାୟତି ହୋଇଥିଲା। ବିଳମ୍ବିତ ରାତିରେ ପ୍ରାୟ ୮ଜଣ ଲୁଟେରା ମାରଣାସ୍ତ୍ର ଧରି ଡକାୟତି କରିବା ଉଦ୍ଦେଶ୍ୟରେ ଏହି ଭାଟିରେ ପଶିଥିଲେ। ସେଠାରେ ବନ୍ଧୁକ ଏବଂ ମରଣାସ୍ତ୍ର ଦେଖାଇ ଧମକ ଦେଇ ଟଙ୍କା ଲୁଟି ନେଇଥିଲେ। ଏନେଇ ଧର୍ମଗଡ଼ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଡକାୟତଙ୍କୁ ଧରିବାକୁ କଳାହାଣ୍ଡି ଏସପିଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରାଯାଇଥିଲା। ଡକାୟତି କରିବା ପରେ ଲୁଟେରାମାନେ JH10AP4817 ନମ୍ବର ବିଶିଷ୍ଟ ବୋଲେରୋ ଗାଡି ଯୋଗେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଅନୁସନ୍ଧାନ ସମୟରେ ଅପରାଧରେ ବ୍ୟବହୃତ ଗାଡିକୁ ଝାଡ଼ଖଣ୍ଡରେ ଚିହ୍ନଟ କରାଯାଇ ଠାବ କରାଯାଇଥିଲା।

ତେବେ ତଦନ୍ତ ବେଳେ ସ୍ଥାନୀୟ ପୁଲିସ ଦୁଇ ଅଭିଯୁକ୍ତ ସିରାଜ ଆନସାରୀ ଏବଂ କାମେଶ୍ୱର ଯାଦବକୁ ସଙ୍ଗେସଙ୍ଗେ ଗିରଫ କରିଥିଲା। ଅନ୍ୟ ଅଭିଯୁକ୍ତମାନେ ଝାଡ଼ଖଣ୍ଡ ଅଭିମୁଖେ ଫେରାର ହୋଇଥିବା ସମ୍ପର୍କରେ ପୁଲିସ ସୂଚନା ପାଇଥିଲା। ତେବେ ବର୍ତ୍ତମାନ ଏହି ଡକାୟତି ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି ବୋଲି ପୁଲିସ୍ ସୂତ୍ର ରୁ ସୂଚନା ରହିଛି ।

About the Author

Dambarudhar Avatar

Leave a Reply

Your email address will not be published. Required fields are marked *

Latest News

View All

About the Author

Easy WordPress Websites Builder: Versatile Demos for Blogs, News, eCommerce and More – One-Click Import, No Coding! 1000+ Ready-made Templates for Stunning Newspaper, Magazine, Blog, and Publishing Websites.

Search the Archives

Access over the years of investigative journalism and breaking reports